ସରଗରମ ହେଲାଣି ପ୍ରଚାର

ବାରିପଦା ଅଫିସ,୧୧ା୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ସରଗରମ ହେବାରେ ଲାଗିଲାଣି। ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ୧୭ଜଣ ପ୍ରାର୍ଥୀ ଅଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନୀ ପ୍ରଚାରକୁ ଓହ୍ଲାଇଛନ୍ତି। ଚା’ଖଟିରୁ ଆରମ୍ଭ କରି କ୍ଲବ ଓ ଜନଗହଳି ସ୍ଥାନରେ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ଚାଲିଛି। ଭୋଟରମାନେ କାହାକୁ ଅଧ୍ୟକ୍ଷ ଓ କାଉନସିଲର ଭାବେ ଚୟନ କରିବେ ତାହା ପରଖୁଛନ୍ତି। ଭୋଟରଙ୍କ ନିକଟତର ହେବା ପାଇଁ ରାଜନୈତିକ ଦଳଗୁଡ଼ିକ ଗୋଟିଚାଳନା କରୁଥିବା ବେଳେ ପ୍ରାର୍ଥୀମାନେ ଚିହ୍ନକୁ ଧରି ୱାର୍ଡ ୱାର୍ଡ ବୁଲୁଛନ୍ତି। ଏନେଇ କର୍ମୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି।
ଚଳିତ ପୌର ନିର୍ବାଚନରେ ଅଧ୍ୟକ୍ଷ ପଦ ପାଇଁ ପ୍ରତ୍ୟକ୍ଷ ଭାବେ ନିର୍ବାଚନ ହେଉଛି। ୨୮ଟି ୱାର୍ଡରେ ଥିବା ୮୧ହଜାର ୨୨୨ଜଣ ଭୋଟର ନିଜ ଅଞ୍ଚଳର କାଉନସିଲର ଓ ଅଧ୍ୟକ୍ଷଙ୍କୁ ସିଧାସଳଖ ଭୋଟ ଦେଇ ନିର୍ବାଚିତ କରିବେ। ଏଥି ନିମନ୍ତେ ନାମାଙ୍କନପତ୍ର ଦାଖଲ ପରେ ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ ହୋଇଛି। ୧୭ଜଣ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ସମସ୍ତଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଛି। ଅଧ୍ୟକ୍ଷ ଓ କାଉନସିଲର ପ୍ରାର୍ଥୀଙ୍କୁ ନିର୍ବାଚନୀ ଚିହ୍ନ ମଧ୍ୟ ମିଳି ଯାଇଛି। ପ୍ରାର୍ଥତ୍ମାନେ ଦଳୀୟ କର୍ମକର୍ତ୍ତାଙ୍କୁ ସାଙ୍ଗରେ ନେଇ ଘରକୁ ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ସହରରେ ବାଇକ୍‌ ରାଲି ମାଧ୍ୟମରେ ପ୍ରଚାର ପ୍ରସାର ଜୋର ଧରଛି। ପୋଷ୍ଟର ବ୍ୟାନର ମାଧ୍ୟମରେ ପ୍ରାର୍ଥୀଙ୍କ ପରିଚୟ ସହ ନିର୍ବାଚନୀ ପ୍ରସଙ୍ଗକୁୁ ଲୋକଲୋଚନକୁ ଆଣୁଛନ୍ତି। ସେହିପରି ସ୍ବାଧୀନ ପ୍ରାର୍ଥୀମାନେ ସମର୍ଥକଙ୍କୁ ନେଇ ୱାର୍ଡବାସୀଙ୍କ ମୌଳିକ ସମସ୍ୟା ପ୍ରତି ସର୍ବପ୍ରଥମେ ପ୍ରାଧାନ୍ୟ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଉଛନ୍ତି। ତେବେ ୨୮ଟି ୱାର୍ଡ ପାଇଁ ୧୧୬ଜଣ କାଉନସିଲର ପ୍ରାର୍ଥୀଙ୍କ ନାମାଙ୍କନପତ୍ର କାଏମ ରହିଛି। ଆଗାମୀ ୧୪ତାରିଖ ଅପରାହ୍ନ ୩ଟା ସୁଦ୍ଧା ଇଚ୍ଛୁକ ପ୍ରାର୍ଥୀମାନେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବା ପାଇଁ ସମୟ ରହିଥିବା ବେଳେ ସେହିଦିନ ୫ଟାରେ ଚୂଡ଼ାନ୍ତ ପ୍ରାର୍ଥତ୍ପତ୍ର ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri