୨୪ଘଣ୍ଟାରେ ଅବପାତ, ୪ଉପକୂଳ ଜିଲାରେ ପ୍ରବଳ ଛେଚିବ, ଆଜି ରାତିରେ…

ଭୁବନେଶ୍ୱର,୨୮।୫: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ଲଘୁଚାପ ଘନୀଭୂତ ହେବା ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ। ଏବଂ ଉତ୍ତର ଦିଗକୁ ଗତି କରି ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ତେବେ ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଗାମୀ ୨୪ ଘଣ୍ଟା ୪ ଉପକୂଳ ଜିଲାରେ ହୋଇପାରେ ଅତି ପ୍ରବଳ ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳ ନିକଟରେ ସୃଷ୍ଟି ହୋଇଛି ଲଘୁଚାପ। ଏହା କ୍ରମଶଃ ଉତ୍ତର ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶାରେ ପହଞ୍ଚିଛି, ଯାହା ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ୧୪ ଦିନ ଆଗରୁ ହୋଇଛି। ସାଧାରଣତଃ ଓଡ଼ିଶାରେ ମୌସୁମୀ ଜୁନ ୧୨ ଆଖପାଖରେ ପହଞ୍ଚିଥାଏ। ଏହି ଶୀଘ୍ର ଆଗମନ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ହୋଇଛି, ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଗଭୀର ନିମ୍ନଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଥମ ଦିନରେ ମୌସୁମୀ ମାଲକାନଗିରି ଓ କୋରାପୁଟ ଜିଲାକୁ ସମ୍ପୂର୍ଣ୍ଣ ଭାବେ ଆଚ୍ଛାଦନ କରିଛି ଏବଂ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ପ୍ରଭାବିତ କରିଛି।

ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ଲଘୁଚାପ ଯୋଗୁଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲାମାନଙ୍କରେ ମଧ୍ୟମ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ଆଶଙ୍କା ରହିଛି। ଭୁବନେଶ୍ୱରସ୍ଥିତ ଆଇଏମଡିର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ଯୋଗୁଁ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ଏବଂ ଆଗାମୀ କିଛି ଦିନ ମଧ୍ୟରେ ମୌସୁମୀ ରାଜ୍ୟର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri