୩୧ ଯାଏ ବର୍ଷିବ

ଭୁବନେଶ୍ୱର, ୨୭।୭(ଅସମାପିକା ସାହୁ)- ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ରଓଡ଼ିଶାରେ ଏବେ ଲଘୁଚାପ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ତାରିଖ ପର୍ଯନ୍ତ ପ୍ରବଳ ବର୍ଷା ରହିଛି। ଏହି ୪ଦିନ ବିଭନ୍ନ ଜିକୁ ସତର୍କ ରହିବା ପାଇଁ ୟେଳୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଭିତରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦କିମି ରହିବ। ଆସନ୍ତା ୧୨ଘଣ୍ଟା ମତ୍ସ୍ୟଜୀବୀଙ୍କୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବା ପାଇଁ ବାରଣ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶନିବାର ଭବାନିପାଟଣାରେ ସର୍ବାଧିକ ୬୦.୮ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ନବରଙ୍ଗପୁରରେ ୨୮.୪, କୋରାପୁଟରେ ୨୨, ରାଉରକେଲାରେ ୧୯, ନୟାଗଡ଼ରେ ୧୫, ହୀରାକୁଦରେ ୧୨.୧, କଟକରେ ୧୨.୮, ଟିଟିଲାଗଡ଼ ୧୪.୨, ନୂଆପଡ଼ାରେ ୧୨.୪ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଭୁବନେଶ୍ୱର, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ତାଳଚେର, ବଲାଙ୍ଗୀର, ମାଲକାନଗିରି, ସୋନପୁର, ଦାରିଙ୍ଗବାଡ଼ି, ବୌଦ୍ଧ, ରାୟଗଡ଼ା, ବରଗଡ଼, ଖୋର୍ଦ୍ଧାରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରବିବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଏବଂ ନବରଙ୍ଗପୁରକୁ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri