ପ୍ରବଳ ବର୍ଷା ସହ ଡରାଇଲା ବିଜୁଳି

ଭୁବନେଶ୍ୱର,୩ା୯(ଅନୁରାଧା ମହାରଣା)ଉତ୍ତର ପୂର୍ବ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଶନିବାର ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତି ନଜରକୁ ଆସିଛି। ତେବେ ଦ୍ୱୈତନଗରୀ ଭୁବନେଶ୍ବର-କଟକରେ ଲୋକ ବର୍ଷାରେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଭୁବନେଶ୍ୱରରେ ଘଣ୍ଟାଏ ମଧ୍ୟରେ ୪୨ ହଜାରରୁ ଅଧିକଥର ବିଜୁଳି ମାରିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଜଣେ ଅଧିକାରୀ ସୂଚନା ଦେଇଥିବାବେଳେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲ। ଅପରାହ୍ନ ୫ଟା ୩୦ ସୁଦ୍ଧା କଟକରେ ସର୍ବାଧିକ ୮୪.୪ ବର୍ଷା ରେକର୍ଡ ହୋଇଥିଲା। ସେହିପରି ଖୋର୍ଦ୍ଧାରେ ୭୫ ମି.ମି., ଭୁବନେଶ୍ବରରେ ୪୬ ମି.ମି., ସୋନପୁରରେ ୨୭.୨ ମି.ମି., ଅନୁଗୋଳରେ ୨୬ ମି.ମି., ଯାଜପୁରରେ ୧୮ ମି.ମି., ନବରଙ୍ଗପୁରରେ ୧୬.୨ ମି.ମି., ମାଲକାକନଗିରି ୧୪.୪ ମି.ମି., ଭବାନୀପାଟଣାରେ ୧୨ ମି.ମି., କେନ୍ଦ୍ରାପଡ଼ାରେ ୧୧.୪ ମି.ମି. ଓ ସୁନ୍ଦରଗଡ଼ରେ ୧୦.୪ ମି.ମି. ବର୍ଷା ରେକର୍ଡ ହୋଇଛି।
ରବିବାର ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଲଘୁଚାପର ରୂପ ନେବ। ଏହା ଆହୁରି ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବା ଆଶଙ୍କା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ଆର୍‌. ବିଶ୍ବାସ କହିଛନ୍ତି। ତେବେ ସମ୍ଭାବ୍ୟ ଲଘୁଚାପ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୩ରୁ ୬ ତାରିଖ ଯାଏ ଏକାଧିକ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ୩ତାରିଖରେ ୧୪ ଜିଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛ। ଏହି ଜିଲାଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କନ୍ଧମାଳ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ନେଇ ୟେଲୋ ୱାର୍ନିଂ ରହିଛି। ସକାଳୁ ମଧ୍ୟାହ୍ନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଅପରାହ୍ନରୁ ପାଗ ବଦଳିବା ସହ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ୪ ତାରିଖରେ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ରହିଥିବାବେଳେ ୧୧ ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୋଟ ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ୫ ତାରିଖରୁ ବିଜୁଳି ଘଡ଼ଘଡ଼ି ପରିମାଣ ହ୍ରାସ ପାଇବ। ତେବେ ୪ ଜିଲାରେ ଅତିପ୍ରବଳ ବର୍ଷା ଓ ୧୦ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ରହିଛି। ୬ ତାରିଖ ୧୦ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri