୨ ଦିନର ବର୍ଷା ଭାଙ୍ଗିଦେଲା ଉତ୍କଳ ବିଶ୍ୱବିଦ୍ୟାଳୟର ପାଚେରି

ଚଣ୍ଡିଖୋଲ,୧୩ା୯(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ସିହାଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌(ଗ୍ରାମୀଣ) କାର୍ଯ୍ୟ ଚାଲିଛି। ହେଲେ ଲଘୁଚାପ ବର୍ଷା ଯୋଗୁ କ୍ୟାମ୍ପସ୍‌ର ୧୦୦ ଫୁଟ୍‌ରୁ ଊର୍ଦ୍ଧ୍ୱ ଲମ୍ବର ପାଚେରି ଭୁଶୁଡ଼ି ପଡ଼ିଛି। ବଡ଼ଚଣା ପୂର୍ତ୍ତବିଭାଗ ଉପଖଣ୍ଡ ତରଫରୁ ୧ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପାଚେରି କାର୍ଯ୍ୟ ୮ ମାସ ତଳେ ଶେଷ ହୋଇଥିଲା। ତେବେ ଏତେ ଶୀଘ୍ର ପାଚେରି ଭୁଶୁଡ଼ି ପଡ଼ିବା ଏହା ନିମ୍ନମାନର କାର୍ଯ୍ୟ ବୋଲି ଲୋକେ ଅଭିଯୋଗ କରିଛନ୍ତି।

ସୂଚନା ଅନୁସାରେ, ୨୦୧୭ରେ ଏହି କ୍ୟାମ୍ପସ୍‌(ଗ୍ରାମୀଣ)ର ଶୁଭ ଦିଆଯାଇଥିଲା। ଠିକାଦାର ନିମ୍ନମାନର କାର୍ଯ୍ୟ କରୁଥିବା ନେଇ ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଏହାକୁ ଅଣଦେଖା କରିଥିଲେ। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ମାତ୍ର ୩ ଫୁଟ୍‌ ତଳୁ କଂକ୍ରିଟ୍‌ ପିଲାର କରାଯାଇଥିବା ବେଳେ ନିମ୍ନମାନର ସାମଗ୍ରୀ ବ୍ୟବହାର କରି ପାଚେରି ନିର୍ମାଣ କାର୍ଯ୍ୟ କରାଯାଇଥିଲା। ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ ଏଥିପ୍ରତି କେହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ବର୍ଷା ଜଳ ନିଷ୍କାସନ ହୋଇ ନ ପାରିବାରୁ ପାଚେରି ଭୁଶୁଡ଼ି ପଡ଼ିଥିବା ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ରୋହିତ ବିଶ୍ୱାଳ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?