ଡୁଙ୍ଗୁରିପାଲି ୧୭ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ରବିବାରଠାରୁ ବର୍ଷା ଲାଗି ରହିବାରୁ ଧନଜୀବନ ପ୍ରଦ୍ଭାବିତ ହୋଇଛି। ଡୁଙ୍ଗୁରିପାଲି, ରାମପୁର ପୂର୍ତ୍ତ ବିଭାଗ ରାସ୍ତାରେ ଥିବା ବିଭିନ୍ନ ପୋଲ, ନାଳ ଦେଇ ବର୍ଷାଜଳ ଆସିବାରୁ ସୋମବାର ଡୁଙ୍ଗୁରିପାଲି-ରାମପୁର ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ରାମପୁର-ଡୁଙ୍ଗୁରିପାଲି ରାସ୍ତାର ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗ ପକ୍ଷରୁ ରାସ୍ତା ଓ ପୋଲ ନିର୍ମାଣ କାମ ଚାଲିଛି। ଏଥିପାଇଁ ବିଭିନ୍ନ ସ୍ଥାନରେ ଯାତାୟତ ପାଇଁ ବାଇପାସ ରାସ୍ତା କରାଯାଇଛି । ଡୁଙ୍ଗୁରିପାଲି ଶ୍ମଶାନ ଘାଟ ନିକଟରେ ଥିବା ପୋଲର ବାଇପାସ ରାସ୍ତା ଉପରେ ସୋମବାର ପୂର୍ବାହ୍ନ ୧୦ଟାରେ ୫ ଫୁଟର ବର୍ଷାପାଣି ପ୍ରଭାବିତ ହୋଇଥିଲା। ଏଥିଯୋଗୁ ବାଇପାସ୍ ରାସ୍ତା ଧୋଇ ହୋଇଯାଇଥିଲା । ସୋମବାର ଯାତ୍ରୀ ବାହୀ ବସ, ମାଲବାହୀ ଟ୍ରକ ଯିବା ଆସିବା ବନ୍ଦ ରହିଥିଲା। ଶ୍ରୀରାମ ମହାବିଦ୍ୟାଳୟକୁ ଛାତ୍ରୀଛାତ୍ର ପଢ଼ିବାକୁ ଯାଇ ପାରି ନ ଥିଲେ । ଏପରିକି ରାମପୁର ତହସିଲ କାର୍ଯ୍ୟାଳୟ ଓ କୋର୍ଟକୁ ଡୁଙ୍ଗୁରିପାଲି ଅଞ୍ଚଳର ଲୋକେ ଯାଇପାରି ନ ଥିବା ଦେଖିବାକୁ ମିଳିଥିଲା। ଅପରାହ୍ନ ୪ ଟାରେ ବାଇପାସ ରାସ୍ତାରୁ ଜଳସ୍ତର ସାମାନ୍ୟ କମିବାରୁ ଲୋକେ ପାଣିରେ ପଶି ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଥିଲା ।
ଲଗାଣ ବର୍ଷା, ବାଇପାସ୍ ରାସ୍ତା ଧୋଇଗଲା ଡୁଙ୍ଗୁରିପାଲି-ରାମପୁର ମଧ୍ୟରେ ଯୋଗାଯୋଗ ବିଛିନ୍ନ
Posted inHome Left, ଆମ ଜିଲା ଖବର, ସୁବର୍ଣ୍ଣପୁର View All
ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍; ଡାକ୍ତରୀ ଛାତ୍ରୀ ଗୁରୁତର
ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ
ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ଯେଉଁ ପିଚ୍ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍
କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ମ୍ୟାଚ୍ ଆର୍ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍ରେ ହେବ। ଏଣୁ ପିଚ୍ ଧିମା…
ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…
ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…
Archives

