Posted inଜାତୀୟ

ପ୍ରବଳ ବର୍ଷା: ରାସ୍ତାରେ ଭାସୁଛି କାର୍‌, ବୁଲୁଛନ୍ତି କୁମ୍ଭୀର,ଦେଖନ୍ତୁ ଭିଡିଓ…

ହାଇଦ୍ରାବାଦ,୪ା୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ତାମିଲନାଡୁର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।ଫଳରେ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି। ବିଶେଷକରି ଚେନ୍ନାଇରେ ଏହି ବର୍ଷା ଯୋଗୁ ଅନେକ ସ୍ଥାନରେ ରାସ୍ତା ଜଳବନ୍ଦୀ ହୋଇ ରହିଥିବା ବେଳେ ଏବଂ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ୍‌ ହୋଇଛି। ବାତ୍ୟା ବର୍ତ୍ତମାନ ବଙ୍ଗୋପସାଗରରେ ଏକ ଭୟଙ୍କର ରୂପ ନେଇଥିବାର ଦେଖାଯାଉଛି ଏବଂ ଦ୍ରୁତ ଗତିରେ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରୁଛି। ମଙ୍ଗଳବାର ଅପରାହ୍ନରେ ନେଲୋର ଏବଂ ମଛଲିପାଟନମ ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହି ଘୂର୍ଣ୍ଣିବଳୟ ଯୋଗୁ ପ୍ରବଳ ବର୍ଷା ତାମିଲନାଡୁରେ ଅଘଟଣ ଘଟାଇଛି।

ଚେନ୍ନାଇ, ଚେଙ୍ଗାଲପାଟ୍ଟୁ, କାଞ୍ଚିପୁରମ, ନାଗାପଟ୍ଟିନମ, କୁଡାଲୋର ଏବଂ ତିରୁଭାଲୁର ଜିଲାରେ ପ୍ରବଳ ବର୍ଷା ହୋଇଛି। ଚେନ୍ନାଇର ଅଧିକାଂଶ ଅଂଶ ପାଣିରେ ବୁଡ଼ି ରହିଥିବାବେଳେ ନିମ୍ନମାନର ଅଞ୍ଚଳରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ବର୍ଷା ଜଳସ୍ରୋତରେ କାର୍‌ଗୁଡ଼ିକ ଭାସି ଯାଇଥିବା ବେଳେ କୁମ୍ଭୀର ପାଣିରେ ପହଁରୁଥିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri