ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର,୧୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ପେସିଆଲ ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ଏସଆରସି।

ବାଂଲାଦେଶ ଓ ତତ୍‌ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗଭୀର ଅବପାତ ରବିବାର ସୁଦ୍ଧା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ ।

ଏହାର ପ୍ରଭାବରେ ରବିବାର ରାତିସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲାଗୁଡ଼ିକୁ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ…

ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ,…

ଡିଡ୍ରବାଡ଼ିରେ ଭୂସ୍ଖଳନ: ବାଡ଼ାବାଙ୍ଗା-ଡିଡ୍ରବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳର ବହୁ ଗ୍ରାମ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକର ବାଡ଼ାବାଙ୍ଗା ପଞ୍ଚାୟତର ୧୫ ନଂ ଓ୍ବାର୍ଡ ଡିଡ୍ରବାଡ଼ି ଗାଁ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଗାଡ଼ି, ବ୍ୟାଙ୍କିଂ ଓ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୯।୧୦: ଆସନ୍ତା ୧ ନଭେମ୍ୱର ୨୦୨୬ରୁ ଦେଶରେ ସାଧାରଣ ଲୋକଙ୍କ ପକେଟ, ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମରେ ବଡ଼…

ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି…

ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?