ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ପବିତ୍ର ଗୁଣ୍ଡିଚା ଯାତ୍ରା। ଭଞ୍ଜ ରାଜବଂଶ ସମୟରୁ ପାଳିତ ହୋଇ ଆସୁଥିବା କୁଲାଡ ରଥଯାତ୍ରା ବର୍ଷା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଜମିନାହିଁ। କିନ୍ତୁ ନିର୍ଦ୍ଧାରିତ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କାର୍ଯ୍ୟ ଚାଲିଛି। ଅପରାହ୍ନ ୫ଟାରେ ରଥଟଣା କାର୍ଯ୍ୟକ୍ରମ ଅଛି। ଉପଜିଲାପାଳ ଉମା ଶଙ୍କର ବେହେରା, ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ ତହସିଲଦାର ଅବିନାଶ ମହାର ପ୍ରମୁଖ କୁଲାଡ ରହି କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି। ପୋଲିସ ପକ୍ଷରୁ ମଧ୍ୟରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଏସପି ରଞ୍ଜନ କୁମାର ଦେ, ଏସଡିପିଓ ଡ ଦୀପକ କୁମାର ମିଶ୍ର, ଥାନା ଅଧିକାରୀ ଜୀବନାନନ୍ଦ ଜେନା ପ୍ରମୁଖ ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ପାଳିତ ହେବ ସେଥିପାଇଁ ସମସ୍ତ ପ୍ରକାର ଆଗୁଆ ପଦକ୍ଷେପ ନିଆଯାଇଛି। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ ସି ସି ଆର୍ମୀ ୱିଂଙ୍ଗ ଏବଂ ନାଭାଲ ୱିଂଙ୍ଗ କ୍ୟାଡେଟ ମାନେ ମଧ୍ୟ ଯାତ୍ରାରେ ସେବା ପାଇଁ ନିୟୋଜିତ ହୋଇଛନ୍ତି । ଅଧ୍ୟାପକ ଅର୍ପଣ ପ୍ରଧାନ, ଅଧ୍ୟାପକ ବିଦେଶୀ ରାଉତଙ୍କ ନେତୃତ୍ୱରେ କ୍ୟାଡେଟ ମାନେ କୁଲାଡ ଯାତ୍ରାକୁ ଯାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri