୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେବା ସହ ସ୍ଥିତି ନିରୀକ୍ଷଣ କରି ପଦକ୍ଷେପ ନେବା ପାଇଁ କହିଛନ୍ତି।
ବୁଧବାର ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ରେ ପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଜିଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ଏଥିପାଇଁ ଏହି ସମସ୍ତ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ୨୪ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ଼ରେ ପ୍ରବଳ ବର୍ଷା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୫ରେ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଏବଂ ୨୬ରେ ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ନେଇ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୪୧.୧ମି.ମି. ପାରାଦୀପରେ ୩୧, କେନ୍ଦୁଝରରେ ୨୭, ବାଲେଶ୍ୱରରେ ୨୧, ନୟାଗଡ଼ରେ ୨୦.୧, ପୁରୀରେ ୧୯, କଟକରେ ୧୨ମି.ମି. ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?