ଲଘୁଚାପ ଜନିତ ପ୍ରବଳ ବର୍ଷା: ନାଳରେ ଭାସି ଜଣେ ମୃତ

ଥୁଆମୂଳ ରାମପୁର,୩।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଗତ କିଛି ଦିନ ହେବ ଲଘୁଚାପ ଜନିତ ପ୍ରବଳ ବର୍ଷା ଲାଗି ରହିଛି। ଥୁଆମୂଳ ରାମପୁର  ବ୍ଳକରେ ସର୍ବାଧିକ ୩୫୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଉକ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଧାନଚାଷ ସହିତ ଅନ୍ୟାନ ଚାଷ ମଧ୍ୟ କ୍ଷୟକ୍ଷତି ହୋଇଛି। ଏହାସହ ଅନେକ ଘରଦ୍ୱାର ଭାଙ୍ଗିବା ସହିତ ରାସ୍ତାଘାଟ, ପୋଲ, ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ସୂଚନା ମିଳିଛି l ପ୍ରବଳ ବର୍ଷାରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥିଲା, ଅନେକ ଗ୍ରାମର ଚାଷଜମି ଧୋଇବା ଫଳରେ ଧାନ ଚାଷରେ ପ୍ରଭାବ ପଡିଛି।
ସେହିଭଳି ଥୁଆମୂଳ ରାମପୁର ଓ ଭବାନୀପାଟଣାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଥିବା ଜାକାମ -ସେମେଲ ପଦର ପାଖ ପୋଲ ଉପରେ ପ୍ରଭାହିତ ବର୍ଷା ପାଣିରେ ଭବାନୀପାଟଣା ଯାଉଥିବା ମଟର ସାଇକେଲ ଭାସିଯାଇ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆଉ ଜଣଙ୍କର ପତ୍ତା ମିଳି ଥିବା ଜଣାପଡିଛି। ଉକ୍ତ ଘଟଣା ଟି କର୍ଲାପାଟ ଥାନା ଅଧୀନ ସେମେଲ ପଦର ଗ୍ରାମର ଟେଙ୍ଗାପଡା ପାଖରେ ଘଟିଛି। ସେମାନେ ହେଲେ ଥୁଆମୂଳ ରାମପୁର ବ୍ଲକ ଏବିଇଓ ଦିଲ୍ଲୀପ ଦାସ (୬୦) ଓ ତାଙ୍କ ଭାଇ ପ୍ରଦୀପ ଦାସ (୫୫) ହାର୍ଡଖୁର୍ସିର ବିଦ୍ୟାଳୟର ଶିକ୍ଷକ ବୋଲି ସୂଚନା ମିଳିଛି l
ଖବର ପାଇ କର୍ଲାପାଟ ଥାନା ଅଧିକାରୀ ଶ୍ରୀକାନ୍ତ କୋଳକା ଓ ତାଙ୍କ ସହକର୍ମୀ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିବା ବେଳେ ପ୍ରଦୀପ ଦାସଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ହେଲେ ଦିଲ୍ଲୀପ ଦାସଙ୍କ ବିଷୟରେ କୌଣସି  ସୂଚନା ଖବର ଲେଖିବା ପୁର୍ବରୁ  ଆଉ ମିଳି ପାରି ନ ଥିଲା। ଏନେଇ କର୍ଲାପାଟ ଥାନା ପକ୍ଷରୁ ଏକ ମାମଲା ଋଜୁ କରି ଅଧିକ ତଦନ୍ତ ସହିତ ଖୋଜାଖୋଜି ଚାଲିଛି। ଶୁକ୍ରବାର ରାତି ହେବାରୁ  ଖୋଜାଖୋଜି ବନ୍ଦ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri