୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ ମନରେ ଛନକା ପଶିଲାଣି।

ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ଲଘୁଚାପର ଗତିବିଧି ଉପରେ ନଜର ରଖାଯାଇଛି। ପରବର୍ତ୍ତୀ ସମୟରେ ଏ ନେଇ ସୂଚନା ଦିଆଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ତେବେ କେତେକ ପାଣିପାଗ ମଡେଲ ସୂଚନା ଅନୁଯାୟୀ, ଗଭୀର ଅବପାତ ଆସନ୍ତା ୨୪ ତାରିଖରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଝଡ଼ ଓଡ଼ିଶାମୁହଁା ହେବ। ଆସନ୍ତା ୨୪ ତାରିଖ ବେଳକୁ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ସମୁଦ୍ରରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୬୦ରୁ ୧୮୦ କି.ମି. ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି।

ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମଧରଣର ବର୍ଷା ହେବ। ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri