୧୯ ଯାଏ ପ୍ରବଳ ବର୍ଷା, ଏହି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୫ା୭(ଅନୁରାଧା ମହାରଣା)- ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri