୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ ଏବଂ ଦେବଗଡ଼ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାଯୋଗୁ ଏହି ଜିଲାଗୁଡ଼ିକର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ମାଟିରାସ୍ତା, କଚ୍ଚାଘର ନଷ୍ଟ ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଭଦ୍ରକ, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri