ଛେଚିବ ୩ ଦିନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଏବଂ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାର କେତେକ ଅଞ୍ଚଳକୁ ଛୁଇଁଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଘେରିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଏଥିସହିତ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିଯୋଗୁ ମୌସୁମୀ ଅଧିକ ସକ୍ରିୟ ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶୁକ୍ରବାରଠାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ଅଧିକାଂଶ ଭାଗରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହାକୁ ଦୃଷ୍ଟିରେ ରଖି ୧୧ ତାରିଖରୁ ୧୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତିକରି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ସମସ୍ତ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri