ଛେଚିବ ୩ ଦିନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଏବଂ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାର କେତେକ ଅଞ୍ଚଳକୁ ଛୁଇଁଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଘେରିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଏଥିସହିତ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିଯୋଗୁ ମୌସୁମୀ ଅଧିକ ସକ୍ରିୟ ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶୁକ୍ରବାରଠାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ଅଧିକାଂଶ ଭାଗରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହାକୁ ଦୃଷ୍ଟିରେ ରଖି ୧୧ ତାରିଖରୁ ୧୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତିକରି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ସମସ୍ତ ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri