ଭୁବନେଶ୍ୱର,୧୬।୯: ରାଜ୍ୟରେ ଆଗାମୀ ୩ ଦିନ ଯାଏ ବର୍ଷା ହେବାର ସମ୍ଭାବନା। ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏନେଇ ଆଜି ୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି ସୁନ୍ଦରଗଡ ମୟୁରଭଞ୍ଜ କେନ୍ଦୁଝର ଓ ବାଲେଶ୍ୱର।
ସେହିପରି ଆସନ୍ତାକାଲି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୨୦ ଟି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ ଗତକାଲି ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଥିଲା।


