୪ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାକୁ ସତର୍କ ସୂଚନା

ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଯାଉଛି।  ବର୍ତ୍ତମାନ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହାର  ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଆଜି ଲଘୁଚାପର ରହିବ ସର୍ବାଧିକ ପ୍ରଭାବ। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହପିରି ପ୍ରବଳ ବର୍ଷା ପାଇଁ ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷେ ଲଘୁଚାପ ପ୍ରଭାବରେ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୭ରୁ ୧୨ ମିମି ପର୍ଯ୍ୟନ୍ତ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଶନିବାର ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ପ୍ରବଳ ବର୍ଷା ପାଇଁ ଟ୍ରାଫିକ ସମସ୍ୟା ଦେଖାଯାଇପାରେ, ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ତେଣୁ ଏହି ସମୟରେ ଆବଶ୍ୟକ ନ ଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri