ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା) – ରାଜ୍ୟରେ କିଛିଦିନ ହେବ ଖରା, ଗୁଳୁଗୁଳି ସହ ବର୍ଷା ହେଉଛି। ହେଲେ ଗୁରୁବାରଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। ତା’ସହିତ ଗୁଳୁଗୁଳି ବି କମିବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଗୁରୁବାର ସକାଳ ସୁଦ୍ଧା ସବୁ ଜିଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲା ପାଇଁ ୟେଲୋ ୱାର୍ନିିଂ ଜାରି କରାଯାଇଛି। ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୪ ତାରିଖରେ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ତାରିଖରେ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ ଓ ଗଜପତ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲାଗୁଡ଼ିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୧୬ ତାରିଖରେ ମାଲକାନଗିରି ଓ କୋରାପୁଟ ଏବଂ ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


