କାଲିଠାରୁ ୭ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା) – ରାଜ୍ୟରେ କିଛିଦିନ ହେବ ଖରା, ଗୁଳୁଗୁଳି ସହ ବର୍ଷା ହେଉଛି। ହେଲେ ଗୁରୁବାରଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। ତା’ସହିତ ଗୁଳୁଗୁଳି ବି କମିବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଗୁରୁବାର ସକାଳ ସୁଦ୍ଧା ସବୁ ଜିଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲା ପାଇଁ ୟେଲୋ ୱାର୍ନିିଂ ଜାରି କରାଯାଇଛି। ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୪ ତାରିଖରେ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ତାରିଖରେ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି କନ୍ଧମାଳ ଓ ଗଜପତ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲାଗୁଡ଼ିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୧୬ ତାରିଖରେ ମାଲକାନଗିରି ଓ କୋରାପୁଟ ଏବଂ ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri