୧୬ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି ବର୍ଷା ରେକର୍ଡ କରାଯାଇଛି। ଜିଲାରେ ପ୍ରବଳ ବର୍ଷା ହୋଇ ଅଧିକାଂଶ ରାସ୍ତାରେ ପାଣି ଜମି ରହିଥିବାରୁ କିଛି ସମୟ ପାଇଁ ଯାତାୟତ ଠପ୍‌ ହୋଇଯାଇଥିଲା। ସେହିପରି ପାରଳାଖେମଣ୍ଡିରେ ୫୮, କଟକରେ ୨୦, ଭବାନୀପାଟଣାରେ ୨୦, ବଲାଙ୍ଗୀର ୧୬, କେନ୍ଦୁଝରରେ ୧୫ମି.ମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱର, ଫୁଲବାଣୀ, ଟିଟିଲାଗଡ଼, ନୟାଗଡ଼, ମାଲକାନଗିରି, କୋରାପୁଟ, ଅନୁଗୋଳରେ ମଧ୍ୟ ବର୍ଷା ହୋଇଛି।

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏହିଭଳି ବର୍ଷା ଜାରି ରହିବ। ତେବେ ୧୬ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥି ସହିତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୫ତାରିଖରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ। ସେହିପରି ୧୬ରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୭ରେ ମଧ୍ୟ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀରରେ ବର୍ଷା ହେବ। ୧୬ ତାରିଖରୁ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିସନର((ଏସ୍‌ଆର୍‌ସି) ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri