ଆଜିଠୁ ପ୍ରବଳ ବର୍ଷା, ବଜ୍ରପାତ ସହ ବହିବ ଝଟ୍‌କା ପବନ, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ରାଜ୍ୟରେ ବୁଧବାରଠାରୁ ବର୍ଷା ପରିମାଣ ବଢ଼ିବ। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ବଜ୍ରପାତ ଓ ଝଟକା ପବନ ବୋହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏକ ଟ୍ରପ୍‌ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ୨ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ରାୟଗଡ଼ା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଏ ସମସ୍ତ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା ଏବଂ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ। ତେଣୁ ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri