ଆଜିଠୁ ପ୍ରବଳ ବର୍ଷା, ବଜ୍ରପାତ ସହ ବହିବ ଝଟ୍‌କା ପବନ, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ରାଜ୍ୟରେ ବୁଧବାରଠାରୁ ବର୍ଷା ପରିମାଣ ବଢ଼ିବ। ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ବଜ୍ରପାତ ଓ ଝଟକା ପବନ ବୋହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏକ ଟ୍ରପ୍‌ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ୨ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ରାୟଗଡ଼ା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଏ ସମସ୍ତ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା ଏବଂ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ। ତେଣୁ ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri