Posted inରାଜ୍ୟ

୪୮ଘଣ୍ଟାରେ ଅତି ପ୍ରବଳ ବର୍ଷା! ୩ ଜିଲାକୁ ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୯: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ପ୍ରବଳ ବର୍ଷା ନେଇ ରବିବାର ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଏଥିସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବରଗଡ଼, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

ସୂଚନାଥାଉ କି, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳକୁ ଅରେଞ୍ଜ ୱାର୍ନିଂ ଏବଂ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri