ଆଜି ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୪ା୭(ଅସମାପିକା ସାହୁ): ସାରା ରାଜ୍ୟରେ ଏବେ ବର୍ଷା ଲାଗିରହିଛି। ଉତ୍ତରଠୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ସବୁଠି ଲଗାଣ ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ମଙ୍ଗଳବାର ଅନୁଗୋଳରେ ସର୍ବାଧିକ ୫୭ ମି.ମି. ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୪୬, ନୂଆପଡ଼ା ୩୦, ପାରାଦୀପ ୨୯, ତାଳଚେର ୧୮, ଢେଙ୍କାନାଳ ୧୫.୨, ପୁରୀ ୧୫.୬, ଖୋର୍ଦ୍ଧା ୧୩, ଭୁବନେଶ୍ୱର ୧୨.୯, କୋରାପୁଟ ୧୦.୮ ଓ ଟିଟିଲାଗଡ଼ରେ ୧୧ ମିମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ଆସନ୍ତା ତିନିଦିନ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେ.ମି.) ହେବ। ସେହିଭଳି ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା (୭ ରୁ ୧୧ ସେ.ମି.) ହେବାର ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri