୮ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ୱର,୧୭ା୭ (ଅନୁରାଧା ମହାରଣା): ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ବୌଦ୍ଧ ଜିଲାରେ ସର୍ବାଧିକ ୫୪.୦ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୨.୧ ମିମି, ନୂଆପଡ଼ା ୩୦.୪ ମିମି, ସୋନପୁର ୨୮.୮ ମିମି ଓ ରାୟଗଡ଼ାରେ ୨୧.୮ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୧ ତାରିଖ ଯାଏ ସାରା ରାଜ୍ୟରେ ଝିପିଝିପି ବର୍ଷା ଲାଗି ରହିବା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, ସୋନପୁର, ବଲାଙ୍ଗୀର ଓ ଦେବଗଡ଼ ଆଦି ୮ ଜିଲାରେ ଘଡଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା

ହେବାର ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯିବା ସହ ଜଳବନ୍ଦୀ ଆଶଙ୍କା ରହିଥିବାରୁ କଚ୍ଚାଘର ପ୍ରତି ବିପଦ ଥିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଧାନ ଆଦି ବିହନ ବୁଣାଯାଇଥିବା ଜମିରେ ଯେପରି ପାଣି ନ ଜମିବ ସେଥିପାଇଁ ଚାଷୀମାନେ ବ୍ୟବସ୍ଥା ଗ୍ରହଣ କରିବାକୁ ସୂଚନା ଦିଆଯାଇଛି। ଅନ୍ୟପଟେ ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, କୋରାପୁଟ ଆଦି ୧୧ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର, ସୋନପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?