ଲଘୁଚାପ ବର୍ଷାରେ ଚାଷଜମି ଜଳାର୍ଣ୍ଣବ

ଭେଡ଼େନ,୩୦।୭(ସୁଦନ ମହାକୁର): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଏହି କ୍ରମରେ ବରଗଡ଼ ଜିଲା ଭେଡ଼େନ ଅଞ୍ଚଳରେ ଶନିବାର ରାତିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଅନେକ ସ୍ଥାନରେ ୧୫୦ରୁ ୨୦୦ ମି.ମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଫଳରେ ନଈନାଳରେ ଜଳସ୍ତର ବଢିଛି। ଚାଷଜମିରେ ପାଣି ମାଡ଼ିଯାଇ ଜଳାର୍ଣ୍ଣବ ହୋଇଛି।

ଭେଡ଼େନ ବ୍ଲକ ଦେଇ ପ୍ରବାହିତ ଅନେକ ଛୋଟ ବଡ଼ ନଈନାଳଗୁଡ଼ିକର ଉଛୁଳା ପାଣି ମାଡ଼ିଯିବାରୁ ଶତାଧିକ ଚାଷଜମି ବାଲିଚର ହୋଇଛି । ବିଶେଷ କରି ଗଣ୍ଡତୁରୁମ ଗ୍ରାମର ଫଟାମୁଡ଼ା ନାଳ, ଯାମଜୁରୀ ନାଳ, ମହୁଲପାଲି ପଏନ୍‌କା ନାଳ, ପଧାନପାଲି ଇନ୍ଦ୍ରଘୋଷ ନାଳ, ରୁଷୁଡ଼ା ପାନବରଜ ନାଳ ସମେତ ଝାଉଁଜୋର, ଜିରା ନଦୀ, ଦନ୍ତା ନଦୀର ତଟରେ ଥିବା ଚାଷଜମିରେ ଏପରି ଅବସ୍ଥା ହୋଇଥିବା ଦେଖିବାକୁ ମିଳିଛି। ପ୍ରଖର ଜଳସ୍ରୋତରେ ଚାଷୀଙ୍କ ରୁଆ, ବିହୁଡ଼ା ଜମିର ଧାନଗଛ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ଅନେକ ଚାଷୀଙ୍କ ଜମି ବାଲିଚର ହୋଇ ଚାଷ ଅନୁପଯୋଗୀ ହୋଇଛି। ଏ ସର୍ମ୍ପକରେ ଭେଡ଼େନ ତହସିଲଦାର ନେପାଳ ଚନ୍ଦ୍ର ମୁଣ୍ଡାଙ୍କୁ ଯୋଗାଯୋଗ କରାଯିବାରୁ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କ ନିକଟରେ କ୍ଷତିଗ୍ରସ୍ତ ଚାଷୀ ଆବେଦନ କରନ୍ତୁ। ରାଜସ୍ବ ବିଭାଗ ତରଫରୁ ଏହାର କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ପାଇଁ ସରକାରଙ୍କ ନିକଟରେ ଜଣାଇବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri