ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ ପ୍ରଭାବିତ ହୋଇପଡ଼ିଛି। ବର୍ଷା ଯୋଗୁ ବହୁ ମାଟି ଘର ଭୁଶୁଡ଼ି ପଡ଼ୁଥିବା ବେଳେ ଏବେ ପୁରୁଣା ଓ ଶୁଖିଲା ବିରାଟକାୟ ଗଛ ଉପୁଡ଼ି ପଡ଼ିବା ଏକ ବଡ଼ ସୃଷ୍ଟି କରିଛି। ଏହି ଗଛଗୁଡ଼ିକ ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ କରିବା ସହ ଲୋକଙ୍କ ଘର ଉପରେ ପଡ଼ି ଘରର କ୍ଷତି ଘଟାଉଛି।

ଏଭଳି ପରିସ୍ଥିତି ଦାରିଙ୍ଗବାଡି ବ୍ଲକର ବ୍ରାହ୍ମଣୀଗାଁ ଥାନା ଅଧୀନ ସରାମୁଳି ପଞ୍ଚାୟତର ମର୍ଦ୍ଦିପାଙ୍କା ଗ୍ରାମ ଏବଂ ଦାରିଙ୍ଗବାଡି ଥାନା ଅଧୀନ ସିମନବାଡି ପଞ୍ଚାୟତର ଲାଦାମାଲା ଗ୍ରାମରେ ଦେଖିବାକୁ ମିଳିଛି। କନ୍ଧମାଳ, ଗଜପତି ଓ ରାୟଗଡ଼ା ଜିଲା ସୀମାରେ ଅବସ୍ଥିତ ମର୍ଦ୍ଦିପାଙ୍କା ଗ୍ରାମ ଦାରିଙ୍ଗବାଡିଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଅବସ୍ଥିତ। ଘଟଣା ସମ୍ପର୍କରେ ଖବର ପାଇ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀ ଚିନ୍ମୟ ପରିଡ଼ା, ରଶ୍ମିରଞ୍ଜନ ପରିଡ଼ା, ଜୁଗୁନୁ ବେହେରା ଓ ବୃନ୍ଦାବନ ମାନସିଂ ପ୍ରମୁଖ ସକାଳ ପ୍ରାୟ ୬ଟାରେ ମର୍ଦ୍ଦିପାଙ୍କା ଗ୍ରାମରେ ପହଞ୍ଚି ଉପୁଡ଼ି ପଡ଼ିଥିବା ଗଛକୁ କାଟି ରାସ୍ତା ସଫା କରିଥିଲେ।

ସେଠାରୁ ଫେରୁଥିବା ବେଳେ ସିମନବାଡି ପଞ୍ଚାୟତର ଲାଦାମାଲା ଗ୍ରାମକୁ ଯାଇଥିବା ପାଦଚଲା ରାସ୍ତାରେ ମଧ୍ୟ ଏକ ବଡ଼ ଗଛ ପଡ଼ି ଯାତାୟାତ ବନ୍ଦ ଥିବା ଖବର ପାଇ ସେମାନେ ଘଟଣାସ୍ଥଳରେ ପହଞ୍ଚି ଗଛଟିକୁ କାଟି ରାସ୍ତାରୁ ହଟାଇଥିଲେ। ଫଳରେ ସେହି ରାସ୍ତାରେ ପୁଣିଥରେ ଯାତାୟାତ ସ୍ୱାଭାବିକ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!

ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri