କର୍ଲାମୁଣ୍ଡା ଅଞ୍ଚଳରେ ପ୍ରବଳ ବର୍ଷା, ଜଳ ଘେରରେ ୧୦ ପରିବାର

କର୍ଲାମୁଣ୍ଡା:୧୮। ୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଂଜା ବସ୍ତିରେ ପ୍ରବଳ ବର୍ଷା ଯୋଗୁଁ ଲୋକ ପାଣି ଘେରରେ ଅଛନ୍ତି। ବର୍ଷା ପାଣି ନିଷ୍କାସନ ହୋଇ ନ ପାରିବାରୁ ଗାଁର ପ୍ରାୟ ୧୦ଟି ପରିବାର ଜଳ ଘେରରେ ରହିଥିବା ସୂଚନା ମିଳିଛି। ମଙ୍ଗଳବାର ସକାଳେ ଖବର ପାଇ ବିଡିଓ ସୂଚରିତା ମୁଗ୍ରୀ, ତହସିଲଦାର ମିଳନ କୁମାର ଝାଙ୍କର, ସହକାରୀ ଯନ୍ତ୍ରୀ ସନ୍ଦୀପ ନାଏକ,ସ୍ଥାନୀୟ ସରପଞ୍ଚ ପଞ୍ଚାନନ ବାଗ,ସମିତି ସଭ୍ୟ ଆନନ୍ଦ ନାଗ ଘଟଣା ସ୍ଥଳରେ ପହଞ୍ଚି ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରିଥିଲେ।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଗାଁର ଗଣ୍ଡବାହଲି କଟା ପଞ୍ଚାୟତ ସମିତି ପକ୍ଷରୁ ଗଣ୍ଡବାହଲି କଟାର ଉନ୍ନତି କରଣ କାର୍ଯ୍ୟ ହୋଇଥିଲା।ଏଥିରେ ଜଳ ନିଷ୍କାସନ ବ୍ୟବସ୍ଥା ନ କରି ହିଡ ଗୁଡ଼ିକୁ ଉଚ୍ଚା କରାଯାଇଥିଲା। ଫଳରେ ଗାଁରେ ବର୍ଷା ପାଣି ପୋଖରୀକୁ ପସି ନ ପାରିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ୧୦ ଟି ଘର ଜଳ ଘେରରେ ରହିବା ସହ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏନେଇ ଏହି ୧୦ଟି ପରିବାର ପୋଖରୀ କାମ ଆରମ୍ଭ ସମୟରେ ଡ୍ରେନ ବ୍ୟବସ୍ଥା କରାଯିବା ନେଇ ବ୍ଳକ ପ୍ରଶାସନ ଓ ଜିଲା ପ୍ରଶାସନଙ୍କୁୁ ଲିଖିତ ଭାବେ ଅଭିଯୋଗ କରିଥିଲେ ମଧ୍ୟ ପ୍ରଶାସନ କୌଣସି ଗୁରୁତ୍ୱ ଦେଇ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଥିବା ଅଭିଯୋଗକାରୀ ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’

ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ…

ବାପୁନର ବିଚାର

ପୁଅର ରେଜଲ୍ଟ ଭଲ ହୋଇଥିବା ଖୁସିରେ ଡାକ୍ତର ବନ୍ଧୁ ସୁରେଶବାବୁ ଆୟୋଜନ କରିଥିବା ଗୋଟେ ପାରିବାରିକ ଉତ୍ସବରେ ସାମିଲ ହେବାକୁ ପହଞ୍ଚିଲା ବେଳକୁ ଦେଖିଲି ଯେ ଖୁସି…

ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ

କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri