କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍‌

କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ ଜଳସ୍ତର ବିପଦ ସଂକେତ ଉପରେ ଥିବାରୁ ଡ୍ୟାମ୍‌ର ୨ ଗେଟ ଓ ଜଲାପୁଟରୁ ୩ ଗେଟ୍‌ ଏଭଳି ୫ ଗେଟ୍‌ ଖୋଲାଯାଇଛି। ମାଛକୁଣ୍ଡ ଡ୍ୟାମ୍‌ର ବିପଦ ସଙ୍କେତସ୍ତର ୨୫.୯୦ଫୁଟ ଥିବାବେଳେ ଜଳସ୍ତର ୨୫.୮୭ ଫୁଟ ରହିଛି। ଏହି ୨ ଗେଟ ଜରିଆରେ ପ୍ରତି ସେକେଣ୍ଡରେ ୪ ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଥିବାବେଳେ ୪ ହଜାର କ୍ୟୁସେକ ଜଳ ଡ୍ୟାମ ଭିତରକୁ ପ୍ରବେଶ କରୁଛି। ସେହିପରି ଜଲାପୁଟ ଡ୍ୟାମ୍‌ର ବିପଦ ସଙ୍କେତସ୍ତର ୨୭୫୦ଫୁଟ ରହିଥିବା ବେଳେ ୨୭୪୯ ଫୁଟକୁ ଜଳସ୍ତର ବୃଦ୍ଧି ପାଇଛି। ଫଳରେ ଡ୍ୟାମ୍‌ର ୩, ୫ ଓ ୬ ନଂ ଗେଟ୍‌ ଖୋଲାଯାଇ ଜଳ ନିଷ୍କାସିତ ହେଉଛି। ଫଳରେ କୁନ୍ଦୁରା ବ୍ଲକର କୁରଲୁ ଓ ବିରି ନଦୀ ମଧ୍ୟ ଫୁଲୁଛିି। ଫଳରେ କୁନ୍ଦୁରା ଦୀଗାପୁରଠାରୁ ଘୁମରକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବର୍ଷା ପ୍ରଭାବରେ କୁନ୍ଦୁରା ଓ କୋଟପାଡ ବ୍ଲକରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। କେତେକ ସ୍ଥାନରେ ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ବୈପାରୀଗୁଡା ବ୍ଲକରେ ସର୍ବାଧିକ ୧୭୦ ମି.ମି.ବର୍ଷା ହୋଇଛି। ବୈପାରୀଗୁଡା ଓ କୁନ୍ଦୁରା ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଜିଲା ଜରୁରିକଳୀନ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ କହିଛନ୍ତି। ସେହିପରି କୋରାପୁଟ-ରାୟଗଡା ରାସ୍ତାର ବଙ୍ଗଳାଗୁଡାନ୍‌ଠାରେ ଥିବା ଏକ ବ୍ରିଜ ଉପରେ ବର୍ଷା ଜଳ ପ୍ରବାହିତ ହେବାରୁ ରାସ୍ତାର ୨ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛି। ଜିଲାରେ ୫୫୮.୩ ମି.ମି.ବର୍ଷା ହୋଇଥିବା ସୂଚନା ମିଳିିଛି। ବୈପାରୀଗୁଡା ବ୍ଲକରେ ସର୍ବାଧିକ ୧୭୦ ମି.ମି. ଓ ଜୟପୁର ବ୍ଲକରେ ୧୨୦ ମି.ମି. ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri