ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି

ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍‌ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍‌ ହୋଇ ଯାଇଛିା

ସେହିପରି ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପିଲିଗଡା କଲଭର୍ଟର ଗୋଟିଏ ପାର୍ଶ୍ୱ ବର୍ଷାଜଳରେ ଧୋଇ ହୋଇ ଯିବାରୁ ଆନ୍ଧ୍ର ଓଡ଼ିଶାକୁ ମଧ୍ୟ ଯୋଗାଯୋଗ ବନ୍ଦ ହୋଇଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତା ଅବରୋଧ ହୋଇଥିବା, କେତେକ ଲୋକଙ୍କ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ମାଲକାନଗିରି ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ମଧ୍ୟ ସମସ୍ତ ଅଞ୍ଚଳରେ ସଜାଗ ହୋଇ ରହିବା ସହ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିବା ଦେଖିବାକୁ ମିଳିଛି।

ଜିଲା ପ୍ରଶାସନର ପାଣିପାଗ ବିଭାଗ ଦେଇଥିବା ସୂଚନାନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସୋମବାର ସକାଳ ୮ଟା ସୁଦ୍ଧା ମାଲକାନଗିରି ବ୍ଲକରେ ୨୫୩.୦ମିଲିମିଟର ବର୍ଷା ହୋଇଥିବା ବେଳେ ମାଥିଲି ବ୍ଲକରେ ୧୫୦.୦ ଖଇରପୁଟ ବ୍ଲକରେ ୨୧୭.୦ ମିଲିମିଟର, ଚିତ୍ରକୋଣ୍ଡା ବ୍ଲକରେ ୨୨୫.୦ ମିଲିମିଟର, କୋରୁକୋଣ୍ଡା ବ୍ଲକରେ ୨୦୦ ମିଲିମିଟର, କାଲିମେଳା ବ୍ଲକରେ ୧୨୭.୦ ମିଲିମିଟର, ପଡ଼ିଆ ବ୍ଲକରେ ୯୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଜିଲାରେ ସର୍ବମୋଟ୍‌ ୧୨୭୦.୦ ମିଲିମିଟର ବର୍ଷା ହୋଇଥିବା ବେଳେ ହାରାହାରି ୧୮୧.୪୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri