ଲଗାଣ ବର୍ଷା ମୟୂରଭଞ୍ଜକୁ ଆଣିଦେଲା ବିପତ୍ତି

ବାରିପଦା ଅଫିସ,୨୦।୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା କ୍ଷୟକ୍ଷତି ଘଟିଛି । ବିଶୋଇ ବ୍ଳକ ଅଞ୍ଚଳରେ ମାଟିକାନ୍ଥ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ବାରିପଦା ସହରସ୍ଥିତ ମଧୁବନରେ ଯାତ୍ରୀବାହୀ ବସ୍‌ ଉପରେ ଗଛ ପଡ଼ିଯିବାରୁ ବସ୍‌ଟି କ୍ଷତିଗ୍ରସ୍ତ ହୋଇଛି । ସୌଭାଗ୍ୟବଶତଃ ବସରେ କୌଣସି ଯାତ୍ରୀ ନ ଥିବା ବେଳେ ଏହି ଘଟଣା ଘଟିଛି । ସେହିପରି ରେଳଧାରଣାରେ ଗଛ ଉପୁଡ଼ି ପଡ଼ିଯିବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ବାଙ୍ଗରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ, ବାଙ୍ଗରିପୋଷି-ରୁପ୍‌ସା ମେମୁ ଟ୍ରେନ ଅଧା ବାଟରେ ଅଟକି ରହିଛନ୍ତି । ଫଳରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳକୁ ଯାଇ ନ ପାରି ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି । ସେହିପରି ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ବିତ ରାତିରେ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅନିଲ କୁମାର ଗିରିଙ୍କ ଦୁଇ ନାବାଳିକା ଚାପି ହୋଇ ଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ପରିବାର ସଦସ୍ୟଙ୍କୁ ଉଦ୍ଧାର କରିଥିଲା। ଏଥିରେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri