ଝଡ଼ବର୍ଷା ଆଶଙ୍କା

ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟର ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ହ୍ରାସପାଇଛି। ତେବେ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମର ପ୍ରକୋପ ଜାରିରହିଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଭାଗରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ଆଶଙ୍କା ରହିଛି। ସୂଚନା ଅନୁଯାୟୀ ୮ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଗଞ୍ଜାମ, କନ୍ଧମାଳ, ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ବର୍ଷା ହୋଇପାରେ। ସେହିପରି ୯ ତାରିଖରେ କୋରାପୁଟ, ଗଞ୍ଜାମ, ଗଜପତି, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, କନ୍ଧମାଳ, ନୟାଗଡ, ମୟୂରଭଞ୍ଜ, ଖୋର୍ଦ୍ଧା ଓ ପୁରୀ ଜିଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୧୦ରେ ଦେବଗଡ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଅନୁଗୋଳ ଏବଂ ୧୧ରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ରାୟଗଡା କୋରାପୁଟ, ଦେବଗଡ, ବୌଦ୍ଧ ଜିଲରେ ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଘଣ୍ଟାକୁ ୩୦ରୁ ୪୦ କି.ମି ବେଗରେ ପବନ ବହିବା ଆଶଙ୍କା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri