ଦାନା ବାନ୍ଧୁଛି ଲଘୁଚାପ: ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬ା୯(ବ୍ୟୁରୋ): ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୬ ଓ ୭ ତାରିଖ ଦୁଇଦିନ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷକରି ୬ ତାରିଖରେ କୋରାପୁଟ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଆଦି ୬ ଜିଲାରେ ବର୍ଷାର ପରିମାଣ ଅଧିକ ରହିବ। ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ସେହିପରି ୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ। ଏହି ଦୁଇଦିନ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୪୦ରୁ ୫୦ କିମି ବେଗରେ ପବନ ବହିବ। କିଛି ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ। ତେଣୁ ମତ୍ସ୍ୟଜୀବୀଙ୍କୁ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଲଘୁଚାପଜନିତ ବର୍ଷା ଓ ତତ୍‌ଜନିତ ସ୍ଥିତି ପାଇଁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ

ଭୁବନେଶ୍ୱର,୪।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri