Posted inରାଜ୍ୟ

ମାଡି ଆସୁଛି ଅବପାତ…ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୪।୯ (ଅନୁରାଧା ମହାରଣା)- ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ବାଲାଂଦେଶ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୧୮ କିଲୋମିଟର ପ୍ରତି ଘଣ୍ଟା ବେଗରେ ଗତିକରି ଗାଙ୍ଗେୟ ପଶ୍ଚମିବଙ୍ଗ, କୋଲକାତା, ବଙ୍କୁରା, ଜାମସେଦପୁର ଓ ରାଞ୍ଚତ୍ରେ କେନ୍ଦ୍ରୀଭୂତ ହୋଇଛି। ରବିବାର ଏହା ଗାଙ୍ଗେୟ ପଶ୍ଚିମବଙ୍ଗର ପଶ୍ଚିମ ଦିଗରେ ଗତି କରିବା ସହ ପଶ୍ଚିମ ଝାଡଖଣ୍ଡ ଓ ଉତ୍ତର ଛତିଗଡ଼ ଆଡ଼କୁ ଅଗ୍ରସର ହେବ। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ରବିବାର ରାଜ୍ୟର ପ୍ରାୟ ସବୁ ଜିଲାରେ ବର୍ଷା ହେବାକୁ ଥିବାବେଳେ ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ୩ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଅନୁଗୁଳ, ଢ଼େଙ୍କାନାଳ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲାଗୁଡ଼ିକ ମଧ୍ୟରେ ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଆଦି ଜିଲା ରହିଛି। ଅନ୍ୟପଟେ ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ନୂଆପଡ଼ା, ବଲାଙ୍ଗୀର,କୋରାପୁଟ ଓ ମାଲକାନଗିରି ଜିଲାକୁ ବିଜୁଳି ଓ ଘଡ଼ଘଡ଼ି ଭୟ ରହିଛି। ଏହିସବୁ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ଭାରି ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?