ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

Featured Video Play Icon

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି । କିନ୍ତୁ ଆସନ୍ତାକାଲି ଅର୍ଥାତ୍‌ ଶନିବାରରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିପାଇଁ ୪ ଜିଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି SRC।

ବାତ୍ୟା ରେମଲ ଉତ୍ତରପୂର୍ବ ଦିଗରେ ଗତି କରୁଛି। ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଶନିବାର ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। କିନ୍ତୁ ଓଡ଼ିଶାରେ ଏହାର ପ୍ରଭାବ ଦେଖାଯିବ। ରାଜ୍ୟର ୪ ଜିଲାରେ ବର୍ଷା, ପବନ ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସଆରସି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଂଜ ଜିଲ୍ଲାପାଳଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଲର୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri