ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ ସହରର ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ସ୍ଥିତିର ସମୀକ୍ଷା ପାଇଁ ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଲିରାମ ବୋନ୍ଦର ଏବଂ ସମ୍ବଲପୁର ମହାନଗର ନିଗମ(ଏସଏମସି) ଆୟୁକ୍ତ ରେହାନ ଖତ୍ରି ବ୍ୟକ୍ତିଗତ ଭାବେ ବିଭିନ୍ନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଥିଲେ। ଏହାସହ ପ୍ରଭାବିତ ଲୋକଙ୍କ ସହ ଆଲୋଚନା କରି ସମସ୍ୟା ବୁଝିବା ସହ ଜଳନିଷ୍କାସନ ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରଳୟଙ୍କରୀ ବର୍ଷାକୁ ଦୃଷ୍ଟିରେ ରଖି ସମ୍ବଲପୁର ମହାନଗର ନିଗମ ଅଞ୍ଚଳ ଏବଂ ଧନକଉଡା ବ୍ଲକର ସମସ୍ତ ବିଦ୍ୟାଳୟକୁ ସୋମବାର ପାଇଁ ଛୁଟି ଘୋଷଣା କରାଯାଇଛି।
ଅନ୍ୟପଟେ ସେଣ୍ଟଜୋନ୍ସ ସ୍କୁଲ ସଙ୍କର୍ମା ରାସ୍ତା ବାଗଡ଼ିଆପଡ଼ା ନିକଟରେ ଗତକାଲି ରାତି ସାରା ଦୁଇ ଜଣ ବ୍ୟକ୍ତି ପାଣି ଘେରରେ ବନ୍ଦୀ ହୋଇ ରହିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ତେବେ ସେମାନଙ୍କ ମଧ୍ୟରୁ ଜଣକୁ ସଫଳତାର ସହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ବ୍ୟକ୍ତି ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି ଓ ଏବେ ସୁଦ୍ଧା ଖୋଜି ବାହାର କରାଯାଇପାରି ନାହିଁ। ତାଙ୍କୁ ଖୋଜାଖୋଜି ଜାରି ରହିଛି ବୋଲି ଅଗ୍ନିଶମ ଅଧିକାରୀ ସୁଦାମ କିସ୍କୁ ସୂଚନା ଦେଇଛନ୍ତି।
ସେହିପରି ସରକାରୀ ରିପୋର୍ଟ ଅନୁସାରେ, ଜିଲାରେ ବର୍ଷାର ପରିମାଣ ବେଶ ଚିନ୍ତାଜନକ ରହିଛି। ସମ୍ବଲପୁର ଏସଏମସି ଅଞ୍ଚଳରେ ସର୍ବାଧିକ ୨୨୦ ମିଲିମିଟର ଏବଂ ଧନକଉଡାରେ ୧୮୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହା ସହିତ ରେଙ୍ଗାଲିରେ ୧୬୦ ମିମି, ଠେମେରାରେ ୧୨୬ ମିମି, ମାନେଶ୍ୱରରେ ୧୨୩ ମିମି, ଯୁଯୋମୁରାରେ ୭୦ ମିମି, ଜାମନକିରାରେ ୬୯ ମିମି, ରେଢ଼ାଖୋଲରେ ୬୭ ମିମି, ନାକ୍ଟିଦେଉଳରେ ୫୦ ମିମି, କୁଚିଣ୍ଡାରେ ୪୮ ମିମି ଏବଂ ବାମରାରେ ୪୧ ମିମି ବର୍ଷା ହୋଇଥିବା ଜଣାପଡିଛି। ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯିବା ସହ ଜରୁରୀକାଳିନ ସ୍ଥିତି ପାଇଁ ସ୍ଥାନୀୟ ପ୍ରଶାସନ ସହ ଯୋଗାଯୋଗ କରିବାକୁ କୁହାଯାଇଛି। ହୀରାକୁଦ ଜଳଭଣ୍ଡାରରେ ସକାଳ ସାଢ଼େ ୯ର ସ୍ଥିତି ଅନୁଯାୟି ଜଳସ୍ତର ୬୦୩.୩୯ ଫୁଟ ରହିଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୩୪,୫୯୩ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ମୋଟ ୧୭,୦୮୮ ଘନଫୁଟ ଜଳ ନିଷ୍କାସିତ ହେଉ ଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?