ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):ରାଜ୍ୟରେ ଏବେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କୋରାପୁଟ, ରାୟଗଡ଼ା, ଗଜପତିରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ଏସବୁ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ରବିବାର ସବୁଠି ପ୍ରବଳ ବର୍ଷିଛି। ଉପକୂଳଠାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ବର୍ଷା ହୋଇଥିବା ଦେଖାଯାଇଛି। ତେବେ ଭୁବନେଶ୍ୱରରେ ସର୍ବାଧିକ ୫୨.୬ ମି.ମି. ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ସକାଳ ସାଢ଼େ ୮ଟାରୁ ଅପରାହ୍ନ ସାଢ଼େ ୫ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ବର୍ଷା ହୋଇଥିବାବେଳେ କଟକରେ ୪୬.୨, ଯାଜପୁର ୨୦, ଫୁଲବାଣୀ ୧୬.୮, ଗୋପାଳପୁର ୧୬, ଦାରିଙ୍ଗବାଡ଼ି ୧୨ ଓ ଖୋର୍ଦ୍ଧାରେ ୧୨ ମିମି ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ଅନୁଗୋଳ, ତାଳଚେର, ଭବାନୀପାଟଣା, କୋରାପୁଟ, ବୌଦ୍ଧ, ଛତ୍ରପୁର, ପାରଳାଖେମୁଣ୍ଡି, ରାୟଗଡ଼ା, ଢେଙ୍କାନାଳ, ନବରଙ୍ଗପୁରରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅପରପକ୍ଷେ ରାଜ୍ୟରେ ଏବେ ବି ନିଅଣ୍ଟିଆ ବର୍ଷା ରହିଛି। ଜୁନ୍‌ ୧ରୁ ଜୁଲାଇ ୭ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ୨୭୬.୬ ମିମିଠାରୁ ୭୪ ମି.ମି. କମ୍‌ ଅର୍ଥାତ୍‌ ୨୦୨.୬ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ୧୩ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଗୋଟିଏ ଜିଲାରେ ଅତ୍ୟଧିକ ନିଅଣ୍ଟିଆ ଏବଂ ବାକି ୧୬ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri