ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତ ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ବିଶେଷକରି ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଅତ୍ୟଧିକ ପ୍ରବଳ ବର୍ଷା ହେବା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ମଙ୍ଗଳବାର ମଧ୍ୟ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri