ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଗୁରୁବାର ୧୪ ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତ ନେଇ ମଧ୍ୟ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ଜିଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ମୟୂରଭଞ୍ଜ। ଶୁକ୍ରବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଏବଂ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। କିନ୍ତୁ କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ପ୍ରବଳ ବର୍ଷା ନେଇ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଶୁକ୍ରବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୋନପୁର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri