ଆସୁଛି ବଡ଼ ବର୍ଷା, ଭାସିବ…

ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼, ଯାହାର ନାମ ସମ୍ଭାବ୍ୟ ‘ଶକ୍ତି’ ରଖାଯାଇଛି। ମେ’ ୨୩ରୁ ୨୮ ତାରିଖ ମଧ୍ୟରେ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଖୁଲନା ଓ ଚଟ୍ଟୋଗ୍ରାମ ଅଞ୍ଚଳକୁ ପ୍ରଭାବିତ କରିବାର ଆଶଙ୍କା ରହିଛି।

ଏପରିକି ମେ ୨୭ ଓ ୨୮ ତାରିଖରେ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଅନୁସାରେ, ବଙ୍ଗୋପସାଗରରେ ଏକ ନିମ୍ନଚାପ ରେଖା ପ୍ରଭାବରେ ଏହି ବର୍ଷା ହେବ। ବର୍ଷାକୁ ଦୃଷ୍ଟିରେ ରଖି ସରକାର ସହରାଞ୍ଚଳରେ ବନ୍ୟା ମୁକାବିଲା ପାଇଁ ବଡ଼ ଆକ୍ସନ ପ୍ଲାନ କରିଛନ୍ତି। ସ୍ବାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ଥିବାରୁ ନଗରଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି।

ସମସ୍ତ ଡ୍ରେନ ଏବଂ ମ୍ୟାନ୍‌ହୋଲର ଯାଞ୍ଚ କରିବାକୁ ସମସ୍ତ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା, ବନ୍ୟା ଦ୍ବାରା ପ୍ରଭାବିତ ହେଲେ ୭୨ ଘଣ୍ଟା ମଧ୍ୟରେ ରାସ୍ତା ମରାମତି କରିବାକୁ ଆକ୍ସନ ପ୍ଲାନ କରାଯାଇଛି। ବନ୍ୟା ପ୍ଳାବିତ ତଳିଆ ଅଞ୍ଚଳ ଚିହ୍ନଟ ସହ ଆଗୁଆ ପମ୍ପସେଟ ମହଜୁଦ ରଖିବାକୁ ଅଧିକାରୀଙ୍କୁ କୁହାଯାଇଛି। ଏପରିକି ସ୍କୁଲ, କଲେଜକୁ ଆଶ୍ରୟ ସ୍ଥଳ ଭାବେ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ସୂଚନା ପାଇଁ କଣ୍ଟ୍ରୋଲ ରୁମ ଖୋଲିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri