ଆସୁଛି ବଡ଼ ବର୍ଷା, ଭାସିବ…

ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼, ଯାହାର ନାମ ସମ୍ଭାବ୍ୟ ‘ଶକ୍ତି’ ରଖାଯାଇଛି। ମେ’ ୨୩ରୁ ୨୮ ତାରିଖ ମଧ୍ୟରେ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଖୁଲନା ଓ ଚଟ୍ଟୋଗ୍ରାମ ଅଞ୍ଚଳକୁ ପ୍ରଭାବିତ କରିବାର ଆଶଙ୍କା ରହିଛି।

ଏପରିକି ମେ ୨୭ ଓ ୨୮ ତାରିଖରେ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଅନୁସାରେ, ବଙ୍ଗୋପସାଗରରେ ଏକ ନିମ୍ନଚାପ ରେଖା ପ୍ରଭାବରେ ଏହି ବର୍ଷା ହେବ। ବର୍ଷାକୁ ଦୃଷ୍ଟିରେ ରଖି ସରକାର ସହରାଞ୍ଚଳରେ ବନ୍ୟା ମୁକାବିଲା ପାଇଁ ବଡ଼ ଆକ୍ସନ ପ୍ଲାନ କରିଛନ୍ତି। ସ୍ବାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ଥିବାରୁ ନଗରଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି।

ସମସ୍ତ ଡ୍ରେନ ଏବଂ ମ୍ୟାନ୍‌ହୋଲର ଯାଞ୍ଚ କରିବାକୁ ସମସ୍ତ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା, ବନ୍ୟା ଦ୍ବାରା ପ୍ରଭାବିତ ହେଲେ ୭୨ ଘଣ୍ଟା ମଧ୍ୟରେ ରାସ୍ତା ମରାମତି କରିବାକୁ ଆକ୍ସନ ପ୍ଲାନ କରାଯାଇଛି। ବନ୍ୟା ପ୍ଳାବିତ ତଳିଆ ଅଞ୍ଚଳ ଚିହ୍ନଟ ସହ ଆଗୁଆ ପମ୍ପସେଟ ମହଜୁଦ ରଖିବାକୁ ଅଧିକାରୀଙ୍କୁ କୁହାଯାଇଛି। ଏପରିକି ସ୍କୁଲ, କଲେଜକୁ ଆଶ୍ରୟ ସ୍ଥଳ ଭାବେ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ସୂଚନା ପାଇଁ କଣ୍ଟ୍ରୋଲ ରୁମ ଖୋଲିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri