ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୯(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଏବଂ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗୀର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୋଳ, ଗଞ୍ଜାମ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୧୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗିରହିବ। ଆସନ୍ତା ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଚଳିତ ମାସ ଶେଷ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।