ଅତିପ୍ରବଳ ବର୍ଷା: ହୋଇପାରେ ଭୂସ୍ଖଳନ, କାଲି ସକାଳଯାଏ….

ଭୁବନେଶ୍ବର,୧୬।୯:  ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମଙ୍ଗଳବାର ସକାଳ ଯାଏଁ ୨ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ୱାର୍ନିଂ ଦେଇଛି ପାଣିପାଗ ବିଭାଗ। ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ କରାଯାଇଛି।ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ। ଏହା ସହ କଚା ଘର ଭାଙ୍ଗିବା ସହ ରାସ୍ତାରେ ଯାତାୟାତ ସମସ୍ୟା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼କୁ ୟେଲୋ ୱାର୍ନିଂ ରହିଥିବା ବେଳେ ଝାରସୁଗୁଡ଼ା ଓ ଅନୁଗୁଳକୁ ମଧ୍ୟ ପ୍ରବଳ ବର୍ଷା ନେଇ ମଧ୍ୟ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେପଟେ ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ ବାଲିଆପାଳ ବ୍ଲକରେ ସର୍ବାଧିକ ଓ ସିମୁଳିଆରେ ସର୍ବନିମ୍ନ ରେକର୍ଡ଼ ହୋଇଛି। ସେହିପରି ଜିଲାରେ ପ୍ରବାହିତ ଜଳକା ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଥିବା ବେଳେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।

ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳକା ନଦୀ ଅବବାହିକା ସମେତ ନଦୀର ଉପରମୁଣ୍ଡ ପଡ଼ୋଶୀ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରରେ ଶନିବାର ୮୨ମି.ମି., ମୋରଡ଼ାରେ ୩୦.୨ମି.ମି., ଶୁଳିଆପଦାରେ ୭୦ମି.ମି. ବର୍ଷା କାରଣରୁ ନଦୀର ଜଳସ୍ତର ବୃଦ୍ଧି ପାଉଛି। ମଥାନୀଠାରେ ନଦୀର ବିପଦସଙ୍କେତ ୬.୫୦ ମିଟର ରହିଥିବା ବେଳେ ରବିବାର ରାତି ୮ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୫୧ ମିଟରରେ ପ୍ରବାହିତ ହେଉଛି। ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଉପକୂଳବର୍ତ୍ତୀ ଗ୍ରାମବାସୀ ବନ୍ୟା ଆଶଙ୍କାରେ ଭୟଭୀତ ଅବସ୍ଥାରେ ଅଛନ୍ତି। ଯଦି ବନ୍ୟା ହୁଏ ତେବେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ପଞ୍ଚାୟତର ଶତାଧିକ ହେକ୍ଟର ଚାଷଜମି ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ଦୁର୍ବଳ ନଦୀବନ୍ଧ ଓ ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିବା ତହସିଲଦାର ରାଧାରଞ୍ଜନ ଦାସ ଓ ଜଳସେଚନ କନିଷ୍ଠଯନ୍ତ୍ରୀ ମହେଶ୍ୱର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri