ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ଦିଗପହଣ୍ଡି ବ୍ଲକ୍‌ସ୍ଥିତ ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଡ୍ୟାମ୍‌ର ଉପରମୁଣ୍ଡରେ ଥିବା ଗଜପତି ଜିଲାର ବିଭିନ୍ନ ଅଞ୍ଚଳରେ ମଧ୍ୟ ବର୍ଷା ଜାରି ରହିଥିବାରୁ ବିଭିନ୍ନ ନଦୀ ଓ ନାଳର ବନ୍ୟାଜଳ ଡ୍ୟାମ୍‌ ମଧ୍ୟକୁ ପ୍ରବେଶ କରୁଛି। ଘୋଡ଼ାହାଡ଼ ଜଳସେଚନ ଉପବିଭାଜନ କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସଙ୍କ ସୂଚନା ଅନୁଯାୟୀ, ଡ୍ୟାମ୍‌କୁ ଘଣ୍ଟା ପ୍ରତି ଆନୁମାନିକ ୪୦ କ୍ୟୁସେକ୍ ଜଳ ପ୍ରବେଶ କରୁଛି।

ଡ୍ୟାମ୍‌ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୧୧୬ ମିଟର ପାଣି ଗଚ୍ଛିତ ରହିଥିବା ଜଣାପଡ଼ିଛି। ଜଳସମ୍ପଦ ବିଭାଗର ରେକର୍ଡ ଅନୁଯାୟୀ, ବୁଧବାର ସକାଳ ୬ଟାରୁ ଗୁରୁବାର ସକାଳ ୬ଟା ମଧ୍ୟରେ ଡ୍ୟାମ୍ ଇଲାକାରେ ୬୫ ମିଲିମିଟର ଏବଂ ଦିଗପହଣ୍ଡିରେ ୮୬ ମିଲିମିଟର ବର୍ଷା ହୋଇଥିଲା। ସେହିପରି ଗୁରୁବାର ସକାଳ ୬ଟାରୁ ଅପରାହ୍ନ ୩ଟା ସୁଦ୍ଧା ଡ୍ୟାମ୍ ଇଲାକାରେ ୩୯ ମିଲିମିଟର ଏବଂ ଦିଗପହଣ୍ଡିରେ ୫୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ପକ୍ଷରୁ ଡ୍ୟାମ୍‌ର ଜଳସ୍ତର ଉପରେ ସତର୍କ ନଜର ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?