ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୭: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୨୪ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ସହିତ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେଓଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଜୋର୍ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ଏପରି ପାଣିପାଗ ଲାଗି ରହିବ। ଏନେଇ ଆଲର୍ଟ ରହିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ବାୟୁମଣ୍ଡଳରେ ସକ୍ରିୟ ଏକ ଘୂର୍ଣ୍ଣିବଳୟ ଯୋଗୁଁ ବର୍ଷା ଜାରି ରହିବ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବ। ଏହା ସହିତ କେତେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri