ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୭: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୨୪ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ସହିତ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେଓଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଜୋର୍ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ଏପରି ପାଣିପାଗ ଲାଗି ରହିବ। ଏନେଇ ଆଲର୍ଟ ରହିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ବାୟୁମଣ୍ଡଳରେ ସକ୍ରିୟ ଏକ ଘୂର୍ଣ୍ଣିବଳୟ ଯୋଗୁଁ ବର୍ଷା ଜାରି ରହିବ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବ। ଏହା ସହିତ କେତେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri