କୋରାପୁଟ,୨୨।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଛୁଟି ବାତିଲ କରିଛନ୍ତି। ହେଡ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ। ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଅଛି। ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।