ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୩ କିଲୋମିଟର ବେଗରେ ଧୀରେ ଧୀରେ ଉତ୍ତର ଦିଗକୁ ଗତି କରିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ତଥ୍ୟ ଅନୁଯାୟୀ, ସୋମବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ଏହାର କେନ୍ଦ୍ର ୨୧.୫ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ ଥିଲା। ଏହା ସାଗର ଦ୍ୱୀପରୁ ପ୍ରାୟ ୨୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଦୀଘାରୁ ୬୦ କି.ମି. ପୂର୍ବ-ଦକ୍ଷିଣପୂର୍ବ, ଡାଇମଣ୍ଡ ହାର୍ବରରୁ ୮୦ କି.ମି. ଦକ୍ଷିଣ-ଦକ୍ଷିଣ ପଶ୍ଚିମ, କ୍ୟାନିଂରୁ ୧୦୦ କି.ମି. ଦକ୍ଷିଣ-ପଶ୍ଚିମ ଏବଂ ବାଲେଶ୍ୱରରୁ ୧୨୦ କି.ମି. ପୂର୍ବରେ ରହିଥିଲା। ତେବେ ଗଭୀର ଅବପାତ ଉତ୍ତର ଦିଗକୁ ଗତି କରି ସାଗର ଦ୍ୱୀପ ନିକଟ ଦେଇ ବାଲେଶ୍ୱର ଓ କ୍ୟାନିଂ ମଧ୍ୟରେ ହଳଦିଆ ନିକଟରେ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତଜନିତ ସମ୍ଭାବ୍ୟ ବର୍ଷାକୁ ନେଇ ୯ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସବୁପ୍ରକାର ପରିସ୍ଥିତିର କିଭଳି ମୁକାବିଲା କରାଯାଇପାରିବ ସେନେଇ ସଜାଗ ରହିବା ଲାଗି ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ସୋମବାର ଲୋକସେବା ଭବନସ୍ଥିତ ରାଜସ୍ବ ସମ୍ମିଳନୀ କକ୍ଷରେ ଜିଲାଭିତ୍ତିକ ପ୍ରସ୍ତୁତିର ଆକଳନ କରିବା ଅବସରରେ ମନ୍ତ୍ରୀ କହିଛନ୍ତି, ସମସ୍ତ ଜିଲା ପ୍ରଶାସନକୁ ୨୪ ଘଣ୍ଟିଆ ସତର୍କତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଅନୁମାନ କରାଯାଇଥିଲା। ରାଜ୍ୟର ୯ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନୁମାନ କରାଯାଉଛି। ସେସବୁ ଜିଲାରେ ‘ରେଡ୍‌ ଆଲର୍ଟ’ ଜାରି କରାଯାଇଛି। ବୈଠକରେ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିଶନର ପଦ୍ମନାଭ ବେହେରା, ଯୁଗ୍ମ ସ୍ବତନ୍ତ୍ର ରିଲିଫ କମିଶନର ସ୍ନିଗ୍ଧା ଚମ୍ପତିରାୟ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?