ଆସନ୍ତା ୩ ତାରିଖ ଯାଏ ଅତି ପ୍ରବଳ ବର୍ଷା: ଏସବୁ ଜିଲା ପାଇଁ ଓ୍ବାର୍ନିଂ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା…

ଭୁବନେଶ୍ୱର, ୩୧ା୮(ବନ୍ଦନା ସେଠୀ) – ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ୍‌ ପ୍ରଭାବରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟାରେ ସର୍ବାଧିକ କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ୧୨.୫ ସେ.ମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ସୁରକ୍ଷା ଦୃଷ୍ଟିରୁ ସେପ୍ଟେମ୍ବର ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୨୪ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମରେ ଧରଣର ବର୍ଷା ହେବା ସହ ଆଉ କିଛି ଜିଲାରେ ପ୍ରବଳ ବର୍ଷା ହେବ। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‌ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଜିଲାରେ ବର୍ଷା ସହ ପବନ ବହିବ। ଏଥିସହ ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ସେହିପରି କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲା କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହିତ ଘଣ୍ଟାପ୍ରତି ୩୦-୪୦ କି.ମି. ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।`


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri